ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା


ମୋହନା ( ଅଂଶୁମାନ ପଣ୍ଡା ) ଗୁଣି ସନ୍ଦେହ ରେ ଜଣେ ବୃଦ୍ଧ ଙ୍କୁ ହତ୍ୟା କରି ପୋଡିଦେଲେ l ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ l ମୃତକ ହେଲେ 60 ବର୍ଷୀୟ କାମ୍ବି ମଳିକ l ଗତ ମଙ୍ଗଳ ବାର ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ଆଜି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହାଡ଼ ପାଉଁଶ ଜବତ କରିଛି l ଘରେ କେହି ନଥିବା ବେଳେ ଗତ ମଙ୍ଗବାର ରାତିରେ ତାଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା କାମ୍ବି ଙ୍କ ପୁଅ ଝିଅ କହିଛନ୍ତି l ସେମାନେ କେହି ଘରେ ନଥିଲେ l ବାପା କାମ୍ବି ଏକା ଘରେ ଥିଲେ l ବୁଧବାର ସକାଳେ ପୁଅ ଝିଅ ଘରକୁ ଆସି ଦେଖିବା ବେଳେ ବାପା ଘରେ ନଥିଲେ l କିନ୍ତୁ ଘର ଆଗରେ ରକ୍ତ ଛିଟା ପଡ଼ିଥିବା ଦେଖି ମନରେ ସନ୍ଦେହ ଉପୁଜି ଥିଲା l ଏହା ପରଠାରୁ ବାପାଙ୍କୁ ଖୋଜିଥିଲେ l ତେବେ ବାପାଙ୍କୁ କିଛି ବ୍ୟକ୍ତି ଘର ଆଗରେ ହତ୍ୟାକରୀ ଗାଁ ଠାରୁ କିଛି ଦୂରରେ ପୋଡି ଦେଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକ l ତେବେ ଭୟରେ ପରିବାର ଲୋକ ରହିଥିଲେ l ଆଜି ମୋହନା ପୋଲିସ ଖବର ପାଇ କୁଇହୁରୁ ଗାଁରେ ପହଁଞ୍ଚି ତଦନ୍ତ ପରେ ହତ୍ୟାକାଣ୍ଡ ହୋଇଥିବା ସ୍ପଷ୍ଟ କରିଛି l ମୃତ କାମ୍ବି ଗାଁରେ କିଛି ଝlଡଫୁଙ୍କ କରିବା ସହ ଚେର ମୂଳି ଔଷଧ ଦେଉଥିଲେ l ତେଣୁ ତାଙ୍କୁ ଗୁଣି ସନ୍ଦେହରେ କିଛି ବ୍ୟକ୍ତି ମିଶି ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି l ଘଟଣା ପରେ ଗାଁରେ ପୁରୁଷ ଶୂନ୍ୟ ଥିବା ଦେଖିବାକୁ ମିଳିଛି l

  • Related Posts

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
    • AdminAdmin
    • November 17, 2025

    ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ…

    Continue reading
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 48 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 62 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 67 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 135 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 63 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 120 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା