
ଭୂକମ୍ପ ଝଟକା: ବଢୁଛି ମୃତ୍ୟୁ ସଂଖ୍ୟା ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ୧୫ ଟନରୁ ଉର୍ଦ୍ଧ୍ବ ରିଲିଫ୍ ସାମଗ୍ରୀ ପଠାଯାଇଛି । ପର୍ଯ୍ୟାପ୍ତ ପରିମାଣରେ ତମ୍ବୁ ସାଙ୍ଗକୁ କମ୍ବଳ, ଖାଦ୍ୟ, ଜଳ ବିଶୋଧକ, ସ୍ୱାସ୍ଥ୍ୟ କିଟ୍, ସୌର ଲ୍ୟାମ୍ପ, ଜେନେରେଟର ସେଟ୍ ଏବଂ ଅତ୍ୟାବଶ୍ୟକ ଔଷଧିୟ ସାମଗ୍ରୀ ପଠାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ବିଶାଳ ଭୂମିକମ୍ପରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଉପରେ ଚିନ୍ତା ପ୍ରକଟ କରିଛନ୍ତି l ଏଭଳି ଦୁଃଖଦ ମୁହୂର୍ତ୍ତରେ ଭାରତ ଉଭୟ ଦେଶସହ ଛିଡ଼ାହେବା ସହ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ପ୍ରସ୍ତୁତ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି